
ନୂଆଦିଲ୍ଲୀ,୦୧/୦୬/୨୧ (ଜିଲ୍ଲା ଖବର) : ଦିନକୁ ଦିନ ଦେଶରେ କରୋନା ପ୍ରକପ କମିବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୨୭ ହଜାର ୫୧୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୨ ଲକ୍ଷ ୫୫ ହଜାର ୨୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ୨ ହଜାର ୭୯୫ ଜଣଙ୍କର ମୃତ୍ୟୁ ହୋଇଛି ।
ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ବେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିର ବିଷୟ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି।
ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୨,୮୧,୭୫,୦୪୪ ଜଣ ଏହି ମହାମାରୀରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି । ଏଥି ସହିତ ଦେଶରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୩,୩୧,୮୯୫ରେ ପହଞ୍ଚିଛି । ଏବେ ଦେଶରେ ୧୮ ଲକ୍ଷ ୯୫ ହଜାର ୫୨୦ଟି ସକ୍ରିୟ ମାମଲା ଥିବାବେଳେ ସମୁଦାୟ ୨କୋଟି ୫୯ ଲକ୍ଷ ୪୭ ହଜାର ୬୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ସମୁଦାୟ ୨୧ କୋଟି ୬୦ ଲକ୍ଷ ୪୬ ହଜାର ୬୩୮ ଜଣଙ୍କୁ ଟିକା ଦିଆଯାଇଛି ।


