Wednesday, November 11, 2026
Home ଆଞ୍ଚଳିକ ପରୀକ୍ଷା ବାତିଲ ସିବିଏସଇ ଦ୍ୱାଦଶ ପରୀକ୍ଷାର୍ଥୀମାନଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛି- ଧର୍ମେନ୍ଦ୍ର

ପରୀକ୍ଷା ବାତିଲ ସିବିଏସଇ ଦ୍ୱାଦଶ ପରୀକ୍ଷାର୍ଥୀମାନଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛି- ଧର୍ମେନ୍ଦ୍ର

9

୦୨/୦୬/୨୧ (ଜିଲ୍ଲା ଖବର) : ସିବିଏସଇ ଦ୍ୱାଦଶ ପରୀକ୍ଷା ବାତିଲ ହେବା ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ପିଲାମାନଙ୍କର ଭବିଷ୍ୟତକୁ ଦୃଷ୍ଟିରେ ରଖି ଏହି ସମ୍ବେଦନଶୀଳ ନିଷ୍ପତି ନେଇଛନ୍ତି ।

କୋଭିଡ୍-19 ସମୟରେ ସିବିଏସଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯିବା ନିଷ୍ପତି ସମୟୋପଯୋଗୀ ପଦକ୍ଷେପ । ଏହି ନିଷ୍ପତି ସିବିଏସଇ ଦ୍ୱାଦଶ ପରୀକ୍ଷାର୍ଥୀ ଏବଂ ଅଭିଭାବକ ମାନଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛି ।

 ଏ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର , ରେଳ ମନ୍ତ୍ରୀ ପିୟୂଷ ଗୋଏଲ, ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ପ୍ରମୁଖ ଉପସ୍ଥିତ ରହିଥିଲେ ।