Monday, November 16, 2026
Home ଆଞ୍ଚଳିକ ବିଜୟଶ୍ରୀ ରାଉତରାୟଙ୍କ ଦେହାନ୍ତରେ ଧର୍ମେନ୍ଦ୍ରଙ୍କ ଶୋକ

ବିଜୟଶ୍ରୀ ରାଉତରାୟଙ୍କ ଦେହାନ୍ତରେ ଧର୍ମେନ୍ଦ୍ରଙ୍କ ଶୋକ

10

ଭୁବନେଶ୍ଵର, ୦୩/୦୬/୨୧ (ଜିଲ୍ଲା ଖବର) : ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଦେହାନ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ଟ୍ଵିଟ କରି ଶ୍ରୀ ପ୍ରଧାନ ଲେଖିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ବିଜୟଶ୍ରୀ ରାଉତରାୟଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ସେ ରାଜ୍ୟ ସରକାରରେ ମନ୍ତ୍ରୀ ଭାବେ ବହୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିଲେ ।

ଶ୍ରୀ ପ୍ରଧାନ ଆହୁରି ଲେଖିଛନ୍ତି ଯେ, ରାଜନୈତିକ ଜୀବନରେ ସ୍ୱର୍ଗତ ରାଉତରାୟଙ୍କ ଅବଦାନ ସର୍ବଦା ସ୍ମରଣୀୟ ହୋଇରହିବ। ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।