Monday, November 16, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ୪୨ ମୁଣ୍ଡ ନେଲା କରୋନା

ଆଜି ରାଜ୍ୟରେ ୪୨ ମୁଣ୍ଡ ନେଲା କରୋନା

8

ଭୁବନେଶ୍ୱର,୦୩/୦୬/୨୧ (ଜିଲ୍ଲା ଖବର) :  ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ମାମଲା କମୁଥିବାବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଲାଗୁନି ବ୍ରେକ। ଗତ ୨୪ ଘଣ୍ଟା ମଧ୍ୟରେ ୮୮୩୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।