
ଭୁବନେଶ୍ୱର,୦୫/୦୬/୨୧ (ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ୭୩୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୦୬୦୯୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୬୯ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୨୨୬ଜଣ ଲୋକାଲ୍ କେସ୍ ରହିଛନ୍ତି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଥିବାରୁ ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିପାରୁଛି।


