
୦୫/୦୬/୨୧ (ଜିଲ୍ଲା ଖବର) : ବରିଷ୍ଠ ନାଟ୍ୟକାର ତଥା ଶଲାବୁଢାର ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ । ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । କିଛି ଦିନ ହେଲା ତାଙ୍କ ଦେହ ଅସୁସ୍ଥ ଥିବାରୁ ବୁର୍ଲା ବଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ । ତାଙ୍କ ଦେହାନ୍ତ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି ।
ସଲାବୁଢା’, ‘ଆଦିମ ବିଚାର’ ପରି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ତାଙ୍କୁ ଚିରସ୍ମରଣୀୟ କରି ରଖିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଲୋକପ୍ରିୟ ଅଭିନେତା ତଥା ନାଟ୍ୟକାର ଅଟଳ ବିହାରୀ ପଣ୍ଡାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ‘ସଲାବୁଢା’, ‘ଆଦିମ ବିଚାର’ ପରି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ତାଙ୍କୁ ଚିରସ୍ମରଣୀୟ କରି ରଖିବ। ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।
ଅଟଳ ବିହାରୀ ପଣ୍ଡାଙ୍କୁ ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା । ସେ ହେଉଛନ୍ତି ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା । ସେ ଦୁଇ ଥର ରାଜ୍ୟରେ ଶ୍ରେଷ୍ଠ ଅଭିନେତା ଭାବେ ପୁରସ୍କୃତ ହୋଇଥିଲେ ।


