Monday, November 16, 2026
Home ଆଞ୍ଚଳିକ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା

12

୦୭/୦୬/୨୧ (ଜିଲ୍ଲା ଖବର) :  ରାଜ୍ୟରେ ପ୍ରବଳ ଖରା ହେଉଛି। ଖରା ସାଙ୍ଗକୁ ଗୁଳୁଗୁଳି।  ସକାଳ ୯ଟା ହେଲା ମାତ୍ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ଏଥିରୁ ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିବ। କାଳବୈଶାଖି ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି।

ଜୁନ ୭ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। 

ରାଜ୍ୟରେ ପ୍ରାକ ମୌସୁମୀ ସକ୍ରିୟ ଥିବା ବେଳେ ଆସନ୍ତା ୧୧ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।