
ନୂଆଦିଲ୍ଲୀ,୦୯/୦୬/୨୧ (ଜିଲ୍ଲା ଖବର) : ଉତ୍ତରପ୍ରଦେଶର କାନପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ ଓ ଟେମ୍ପୋ ମଧ୍ୟରେ ଧକ୍କା ହେବା ଫଳରେ ୧୭ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଅନେକ ଲୋକ ଗୁରୁତର ଆହତ ହୋଇଛନ୍ତି । ସଞ୍ଚେଡିଠାରେ ବସ ସହ ଟେମ୍ପୋ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ବସଟି ଓଲଟି ପଡିଥିଲା ।
ହେଲ୍ଟ ହସ୍ପିଟାଲରେ ୪ ଗୁରୁତରଙ୍କ ଚିକିତ୍ସା ଚାଲିଛି । ବସ୍ ଟି ଦ୍ରୁତଗତିରେ ଲକ୍ଷ୍ନୌରୁ ଦିଲ୍ଲୀ ଯାଉଥିଲା ଓ ଅଟୋଟି ଉନୱାରୁ ଶ୍ରମିକଙ୍କୁ ନେଇ ଗୁଜୁରାଟ ଯାଉଥିବାବେଳେ ଦୁର୍ଘଟଣା ଘଟିଥିଲା । ମୃତକଙ୍କ ମଧ୍ୟରେ ଅଧିକାଂଶ ବିସ୍କୁଟ ଫ୍ୟାକ୍ଟ୍ରିରେ କାମ କରୁଥିବା ଶ୍ରମିକ ଥିଲେ । ସେପଟେ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ଓ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ । ପିଏମ ରିଲିଫ ଫଣ୍ଡରୁ ମୃତକଙ୍କ ପରିବାରବର୍ଗଙ୍କୁ ୨ ଲକ୍ଷ ଲେଖାଏଁ ଟଙ୍କା ଓ ଆହତ ମାନଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ।


