
ନୂଆଦିଲ୍ଳୀ, ୧୮/୦୬/୨୧ (ଜିଲ୍ଲା ଖବର) : ଆଜି କୋଭିଡ-୧୯ ସମ୍ମୁଖ ଯୋଦ୍ଧାଙ୍କ ପାଇଁ ‘ଅନୁକୂଳ କ୍ରାଶ କୋର୍ସ କାର୍ଯ୍ୟକ୍ରମ’ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଦିନ ୧୧ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ଶୁଭାରମ୍ଭ କରିବେ ନରେନ୍ଦ୍ର ମୋଦି । ୨୬ଟି ରାଜ୍ୟରେ ଥିବା ୧୧୧ଟି ପ୍ରଶିକ୍ଷଣ କେନ୍ଦ୍ରରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ଆୟୋଜନ କରାଯିବ ।
କାର୍ଯ୍ୟକ୍ରମ ଆରମ୍ଭ ହେବା ପରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେବେ । ଏହି ଅବସରରେ କେନ୍ଦ୍ର ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଅଂଶଗ୍ରହଣ କରିବେ । ଏହି କାର୍ଯ୍ୟକ୍ରମ ଏକ ଲକ୍ଷରୁ ଅଧିକ କୋଭିଡ ଯୋଦ୍ଧାମାନଙ୍କୁ କୌଶଳ ଓ ଅତିରିକ୍ତ କୌଶଳ ପ୍ରଶିକ୍ଷଣ ଦିଆଯିବାକୁ ଲକ୍ଷ୍ୟ ରଖାଯାଇଛି ।

The Governor of Nagaland, Shri R.N. Ravi calling on the Prime Minister, Shri Narendra Modi, in New Delhi on August 08, 2019.
ଏହି ପ୍ରଶିକ୍ଷଣରେ କୋଭିଡ ଯୋଦ୍ଧାମାନଙ୍କୁ ୬ଟି ଭିନ୍ନ ଭିନ୍ନ ଅନୁକୂଳ ଭୂମିକାରେ ପ୍ରଶିକ୍ଷଣ ଦିଆଯିବ । ଗୃହ ଚିକିତ୍ସା ସହାୟତା, ମୌଳିକ ଚିକିତ୍ସା ସହାୟତା, ଅତ୍ୟାଧୁନିକ ଚିକିତ୍ସା ସହାୟତା, ଜରୁରିକାଳୀନ ଚିକିତ୍ସା ସହାୟତା, ନମୁନା ସଂଗ୍ରହ ସହାୟତା ଏବଂ ଚିକିତ୍ସା ଉପକରଣ ସହାୟତା ଉପରେ ପ୍ରଶିକ୍ଷଣ ଦିଆଯିବ । ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା ୩.୦ର କେନ୍ଦ୍ରୀୟ ଉପାଦାନ ଅନ୍ତର୍ଗତ ଏକ ସ୍ବତନ୍ତ୍ର କାର୍ୟ୍ୟକ୍ରମ ଭାବେ ଏହି ପ୍ରଶିକ୍ଷଣ କାର୍ୟ୍ୟକ୍ରମକୁ ପ୍ରସ୍ତୁତ କରାଯାଇଛି । ଏଥିପାଇଁ ମୋଟ ୨୭୬ କୋଟି ଟଙ୍କା ବ୍ୟୟ କରାଯିବ । ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବର୍ତ୍ତମାନ ଓ ଭବିଷ୍ୟତର ମାନବ ସମ୍ବଳ ଆବଶ୍ୟକତା ପୂରଣ କରିବା ଲାଗି ଏହି କାର୍ୟ୍ୟକ୍ରମ ଦକ୍ଷ ଅଣଚିକିତ୍ସା ସ୍ବାସ୍ଥ୍ୟସେବା କର୍ମୀମାନଙ୍କୁ ସୃଷ୍ଟି କରିବ ।



