Monday, November 16, 2026
Home ଆଞ୍ଚଳିକ ତୃତୀୟ ଲହର ଆଶଙ୍କା ନେଇ DMET ସିବିକେ ମହାନ୍ତିଙ୍କ ପ୍ରତିକ୍ରିୟା

ତୃତୀୟ ଲହର ଆଶଙ୍କା ନେଇ DMET ସିବିକେ ମହାନ୍ତିଙ୍କ ପ୍ରତିକ୍ରିୟା

15

ଭୁବନେଶ୍ୱର,୧୮/୦୬/୨୧ (ଜିଲ୍ଲା ଖବର) :  ତୃତୀୟ ଲହର ଆଶଙ୍କା ନେଇ DMET ସିବିକେ ମହାନ୍ତିଙ୍କ ପ୍ରତିକ୍ରିୟା ।  ମହାରାଷ୍ଟ୍ର ସରକାରଙ୍କ ଚେତାବନୀ ପରେ ତୃତୀୟ ଲହର ପାଇଁ ଓଡ଼ିଶା ସରକାରଙ୍କ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏସଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତ ଅଛି ବୋଲି କହିଲେ DMET ସିବିକେ ମହାନ୍ତି ।

DMET କହିଛନ୍ତି, ତୃତୀୟ ଲହର ପାଇଁ ପୂରା ପ୍ରସ୍ତୁତ ଅଛି ଓଡ଼ିଶା । ବର୍ତ୍ତମାନ ସମୟରେ ତୃତୀୟ ଲହର ଏକ ଆକଳନ ମାତ୍ର । ତା ଅର୍ଥ ଓଡ଼ିଶାକୁ ଆସିବନି ବୋଲି କୁହାଯାଇପାରିବନି । ତୃତୀୟ ଲହର ରୋକିବାକୁ ରାଜ୍ୟ ସବୁ ପ୍ରକାର ପଦକ୍ଷେପ ନେଉଛନ୍ତି । କୋଭିଡ ନିୟମ ମାନିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଉଛି । ଟୀକାକରଣକୁ ଜୋରଦାର କରାଯାଇଛି । ଅଧିକ ଲୋକ ସଂକ୍ରମଣ ଆଶଙ୍କାରେ ଭିତ୍ତିଭୂମି ବୃଦ୍ଧିକୁ ଗୁରୁତ୍ୱ ଦିଆଯାଉଛି ।

 ଆଜି ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ ବଢ଼ିବା ନେଇ DMET କହିଲେ, କୌଣସି ଜିନିଷ ନିର୍ଦ୍ଧିଷ୍ଟ  ନୁହେଁ । ସବୁ ରୋଗରେ ଏଭଳି ଟ୍ରେଣ୍ଡ ଦେଖାଯାଏ । ସଂକ୍ରମଣ ଏମିତି କମ ବେଶି ହୋଇଥାଏ । ତଥାପି ଆମେ କହିପାରିବା, ଦିନକୁ ଦିନ ସଂକ୍ରମଣ ତଳକୁ ଖସୁଛି । ଡେଲ୍ଟା ଭାରିଏଣ୍ଟ ଦେଶରେ ବହୁତ କମ ଦେଖିବାକୁ ମିଳିଛି । ସାଧାରଣତଃ ଶିଶୁମାନେ ପ୍ରାୟତଃ କମ ସଂକ୍ରମିତ ହୋଇଥାନ୍ତି । ସେମାନଙ୍କର ରୋଗ ପ୍ରତିରୋଧକ ଶକ୍ତି ଅଧିକ ।