
ଭୁବନେଶ୍ୱର,୧୯/୦୬/୨୧ (ଜିଲ୍ଲା ଖବର) : ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣ ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୩୪୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୭୩୯୨୫ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୫୪ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୪୭୩ ଜଣ ଲୋକାଲ୍ କେସ୍ ରହିଛନ୍ତି ।
ଏଠାରେ କହି ରଖୁଛୁ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୩୯୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୦୪୭୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୨୯୮୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୦୨୮୮୧୭ ସାମ୍ପୁଲ ଟେଷ୍ଟ୍ ହୋଇସାରିଲାଣି ।


