Sunday, October 11, 2026
Home ଆଞ୍ଚଳିକ ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ରାଜେନ୍ଦ୍ରାଭିଷେକ ନୀତି

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ରାଜେନ୍ଦ୍ରାଭିଷେକ ନୀତି

13

ପୁରୀ,୨୦/୦୬/୨୧ (ଜିଲ୍ଲା ଖବର) : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହେବ । ସଂଧ୍ୟାଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିଥାନ୍ତି । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯାଇଥାଏ। ମହାପ୍ରଭୁଙ୍କ ଆଲଟ ଲାଗି ନୀତି ସରିବା ପରେ ଡଗର ଆସି ମଦନମୋହନଙ୍କ ନିକଟରେ ରୁକ୍ମିଣୀ ବିବାହ ପ୍ରସ୍ତାବ ଜଣାଇବେ।

ଏହା ପରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ସରି ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ, ଛତା, କାହାଳି ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ। ଆସନ୍ତାକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ରୁ, କ୍ମିଣୀ ବିବାହ ଉତ୍ସବ ବିଧି ଅନୁସାରେ ପାଳନ କରାଯିବ।