
ନୂଆଦିଲ୍ଲୀ,୨୧/୦୬/୨୧ (ଜିଲ୍ଲା ଖବର) : ଆଜି ଆନ୍ତର୍ଜାତିକ ଯୋଗ ଦିବସ । ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ସମସ୍ତ ସାମାଜିକ ଦୂରତ୍ୱ ନିୟମ ମାନି ଘରେ ପରିବାର ଲୋକଙ୍କ ସହିତ ଯୋଗ ଦିବସ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ନିବେଦନ କରିଛନ୍ତି।
ଦେଶ କରୋନା ମହାମାରୀକୁ ମୁକାବିଲା କରୁଥିବା ବେଳେ ଯୋଗ ଆଶାର କିରଣ ହୋଇଛି । ପ୍ରତ୍ୟକ ବ୍ୟକ୍ତି ଆତ୍ମସମୀକ୍ଷା କରିବାର ଆବଶ୍ୟକତା ରହିଛି। ଏନେଇ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ କହିଛନ୍ତି ଯୋଗ କରିବା ପାଇଁ। ଆଜି ସମଗ୍ର ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ହେଉଛି ।
ଅନ୍ତର୍ଜାତୀୟ ଯୋଗ ଦିବସ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ ହୁଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେଶନ ଦ୍ୱାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା।
ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା। ମାନସିକ, ଶାରିରୀକ ଓ ମନସ୍ତାତ୍ତ୍ୱିକ ଆହ୍ବାନଗୁଡିକର ସମ୍ମୁଖୀନ ହେବା ପାଇଁ ଯୋଗ ସାହାଯ୍ୟ କରିଥାଏ।


