Thursday, November 12, 2026
Home ଆଞ୍ଚଳିକ ଆହୁରି ବର୍ଷିବ ବର୍ଷା..

ଆହୁରି ବର୍ଷିବ ବର୍ଷା..

7

ଭୁବନେଶ୍ୱର,୨୧/୦୬/୨୧ (ଜିଲ୍ଲା ଖବର) : ରାଜ୍ୟରେ ଜାରି ରହିଛି ବର୍ଷା। ଆସନ୍ତା ୨୨ ତାରିଖରୁ ପ୍ରବଳ ବର୍ଷା ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ରାଜ୍ୟରେ ଆହୁରି ବର୍ଷା ହେବ। ବର୍ତ୍ତମାନ କେଉଁଠି ଅଧିକ ବର୍ଷା ହେଉଥିବାବେଳେ କେଉଁଠି କମ ବର୍ଷା ହେଉଛି। ତେେବ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରିଛି। ତେବେ ଆସନ୍ତା ୨୪ ଘଣ୍ଟା ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ପରିମାଣର ବର୍ଷା ହୋଇପାରେ। ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ ଓ ବରଗଡ଼ରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ। ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

୨୨ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା ଓ ସୋନପୁର, ୨୩ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା ଓ ନୂଆପଡ଼ା, ୨୪ରେ କୋରାପୁଟ, ରାୟଗଡ଼ା, କନ୍ଧମାଳ, ନୟାଗଡ଼, କଟକ, ଅନୁଗୋଳ, ବୌଦ୍ଧ, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ସୋନପୁରରେ ପ୍ରବଳ ବର୍ଷା ହେବ। ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।