Sunday, November 15, 2026
Home ଆଞ୍ଚଳିକ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି

9

ଭୁବନେଶ୍ୱର, ୨୨/୦୬/୨୧ (ଜିଲ୍ଲା ଖବର) : ରାଜ୍ୟରେ ବର୍ଷା ହେଉଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ବର୍ଷା କାରଣରୁ ସମସ୍ତଙ୍କୁ ଆଶ୍ୱସ୍ତି ମିଳୁଛି। ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଂଜାମ, କନ୍ଧମାଳ ଜିଲ୍ଲାରେ କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ଘଡ଼ଘଡ଼ି ସହ ବଜ୍ରପାତ ନେଇ ଆଜି ସକାଳ ସାଢ଼େ ୮ଟା ପର‌୍ୟ୍ୟନ୍ତ ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହି ସବୁ ଜିଲ୍ଲାଗୁଡିକ ହେଲା କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଗଜପତି, ଗଂଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଏବଂ ରାୟଗଡ଼ା ।