Saturday, November 14, 2026
Home ଆଞ୍ଚଳିକ କରୋନା ନେଲା ୩୮ ଜୀବନ

କରୋନା ନେଲା ୩୮ ଜୀବନ

12

ଭୁବନେଶ୍ୱର,୨୨/୦୬/୨୧ (ଜିଲ୍ଲା ଖବର) : ରାଜ୍ୟରେ ପଜିଟିଭ୍ ହାର ହ୍ରାସ ପାଇଥିବା ବେଳେ ମୃତ୍ୟୁ ହାରରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୩୮ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ  ଚିହ୍ନଟ ହେଲେ ୨୯୫୭ ଜଣ କରୋନା ସଂକ୍ରମିତ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୯୮ କ୍ଵାରେଣ୍ଟିନ୍ ସେଣ୍ଟରରୁ ଥିବା ବେଳେ ୧୨୫୯ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୩ ହଜାର ୪୯୦ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ  ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।