
ଭୁବନେଶ୍ୱର,୨୩/୦୬/୨୧ (ଜିଲ୍ଲା ଖବର) : ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ମୌସୁମୀ ଜନିତ ବର୍ଷା। ପ୍ରବଳ ବର୍ଷା ହେଉଛି। ଆଜିଠୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ । ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବାଲେଶ୍ବର, ଭଦ୍ରକ, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଧ। କଳାହାଣ୍ଡି ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ସେହିପରି ଆସନ୍ତାକାଲି ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


