
ଭୁବନେଶ୍ୱର, ୨୩/୦୬/୨୧ (ଜିଲ୍ଲା ଖବର) : ରାଜ୍ୟରେ ପଜିଟିଭ୍ ହାର ହ୍ରାସ ପାଇଥିବା ବେଳେ ମୃତ୍ୟୁ ହାରରେ ଲାଗୁନି ବ୍ରେକ୍। ଆଜି ପୁଣି ରାଜ୍ୟରେ ୪୬ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଯାହାକୁ ନେଇ ଚିନ୍ତା ବଢ଼ୁଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୧୭କୁ ବୃଦ୍ଧି ପାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ୩୪୫୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ରହିଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୮୬ ହଜାର ୯୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।


