
ଭୁବନେଶ୍ୱର,୨୪/୦୬/୨୧ (ଜିଲ୍ଲା ଖବର) : ହାରୁଛି କରୋନା। ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ହାର୍ । କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ। ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୪୪ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିସାଇ ମୋଟ ମୃତ୍ୟୁ ସଂଖ୍ୟା ୩,୭୬୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୩୬୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୦୫୯୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୯୮ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୫୫୨ ଜଣ ଲୋକାଲ୍ କେସ୍ ରହିଛନ୍ତି ।


