
ଭୁବନେଶ୍ୱର, ୨୫/୦୬/୨୧ (ଜିଲ୍ଲା ଖବର) : ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଲାଗୁନି ବ୍ରେକ୍ । ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଖୋର୍ଦ୍ଧାରୁ ୯, ବରଗଡ, କଟକ, ନୟାଗଡରୁ ୫ ଜଣ ଲେଖାଏଁ, ଅନୁଗୋଳରୁ ୩, ବାଲେଶ୍ୱର, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, ପୁରୀ, ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ସେହିପରି ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍ ଜାରି ରହିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୯୧୨ ଆକ୍ରାନ୍ତ । କ୍ୱାରେନଣ୍ଟାଇନରୁ ୧୬୭୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୨୩୭ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୯୩୫୦୮ ଜଣ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।


