
ଭୁବନେଶ୍ୱର,୨୬/୦୬/୨୧ (ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୨୮ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୫୨୬ ଜଣ ଲୋକାଲ୍ କେସ୍ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୭୦୬୨ ରେ ପହଞ୍ଚିଛି ।


