Monday, November 16, 2026
Home ଆଞ୍ଚଳିକ କରୋନା ନେଲା ୩୯ ଜଣଙ୍କ ଜୀବନ

କରୋନା ନେଲା ୩୯ ଜଣଙ୍କ ଜୀବନ

19
Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave

ଭୁବନେଶ୍ବର, ୨୭/୦୬/୨୧ (ଜିଲ୍ଲା ଖବର) :  ରାଜ୍ୟରେ  ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଲାଗୁନି ବ୍ରେକ୍‌ । ଗତ ୨୪ ଘଣ୍ଟା ମଧ୍ୟରେ  ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସେହିପରି ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୪୦୮ କରୋନା ପଜିଟିଭ୍ । କ୍ୱାରେନଣ୍ଟାଇନରୁ ୧୯୪୩ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୬୫ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦୦୪୭୦ ଜଣ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।