Monday, November 16, 2026
Home ଆଞ୍ଚଳିକ ରାଜ୍ୟରେ ପୁଣି ବର୍ଷିବ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ ପୁଣି ବର୍ଷିବ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

9

ଭୁବନେଶ୍ୱର,୨୭/୦୬/୨୧ (ଜିଲ୍ଲା ଖବର) : ରାଜ୍ୟରେ ଖରା ଜାରି ରହିଛି। ଖରା ସାଙ୍ଗକୁ ଗୁଳୁଗୁଳି ହେଉଛି। ତେବେ କିଛି ଦିନ ଧରି ଯେଉଁଭଳି ଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେଉଥିଲା, ତାହା ଏବେ କମିଛି। ପୁଣି ଥରେ ରାଜ୍ୟରେ ବର୍ଷା ହୋଇପାରେ ବୋଳି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ଝଡବର୍ଷା ସହ ବଜ୍ରପାତ ହୋଇପାରେ । ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ବଜ୍ରପାତ ସହ ବର୍ଷା ପାଇଁ ୨୦ ଜିଲ୍ଲାକୁ ଆଲର୍ଟ କରାଯାଇଛି । ଏହି ୨୦ ଜିଲ୍ଲା ଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ।