
ଭୁବନେଶ୍ୱର,୨୮/୦୬/୨୧ (ଜିଲ୍ଲା ଖବର) : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଆଜି ରାଜ୍ୟରେ ୪୩ ଜଣଙ୍କ ମୁଣ୍ଡ ନେଲା କରୋନା। । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୩୭୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୨୪୦୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୬୭୪୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


