
ଭୁବନେଶ୍ୱର, ୨୮/୦୬/୨୧ (ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ୩୩୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୩୭୮୯ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୯୬ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୪୨୩ ଜଣ ଲୋକାଲ୍ କେସ୍ ରହିଛନ୍ତି ।


