
ଭୁବନେଶ୍ୱର, ୨୯/୦୬/୨୧ (ଜିଲ୍ଲା ଖବର) : ରାଜ୍ୟରେ ସାମାନ୍ୟ କମିଛି କରୋନା ମୃତ୍ୟୁସଂଖ୍ୟା । ୨୪ ଘଣ୍ଟାରେ ୪୦ ଜଣ ମୃତ୍ୟୁବରଣ କରିଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଏମାନଙ୍କ ଭିତରେ ଭୁବନେଶ୍ୱରରୁ ଅଛନ୍ତି ୫ ଜଣ ଆକ୍ରାନ୍ତ ।
ସେହିପରି ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ୨୬୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୬୪୨୯ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧୭ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୧୨୩ ଜଣ ଲୋକାଲ୍ କେସ୍ ରହିଛନ୍ତି ।


