
ଭୁବନେଶ୍ୱର, ୩୦/୦୬/୨୧ (ଜିଲ୍ଲା ଖବର) : ରାଜ୍ୟରେ କରୋନା ସଂକ୍ରମଣ କମି ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮ ଜଣଙ୍କ ମୃତ୍ୟୁ ଘଟିଛି ।
୧୮ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେମାନଙ୍କ ଭିତରେ ଭୁବନେଶ୍ୱରରୁ ଅଛନ୍ତି ୫ ଜଣ ।
କଟକ ଓ ନୟାଗଡ଼ ଜିଲ୍ଲାରେ ମୃତ୍ୟୁସଂଖ୍ୟା କମୁନି । ୨୪ ଘଣ୍ଟାରେ ଆଉ ୫ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ କରୋନା ନେଇଛି ଆଉ ୪ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ । ବରଗଡ଼, ବୌଦ୍ଧ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏ ମତ୍ୟୁବରଣ କରିଛନ୍ତି ।
ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ଝାରସୁଗୁଡ଼ା ଜିଲ୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ପୁରୀ, ସମ୍ୱଲପୁର ଜିଲ୍ଲାରୁ କରୋନାରେ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୪ହଜାର ୧୮କୁ ବୃଦ୍ଧି ପାଇଛି ।
ସେହିପରି ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୯୮୦୦ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୨୨ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୪୪୯ ଜଣ ଲୋକାଲ୍ କେସ୍ ରହିଛନ୍ତି ।


