
ଅନୁଗୋଳ, ୩୦/୦୬/୨୧ (ଜିଲ୍ଲା ଖବର) : ଡାକ୍ତରାଣୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ । ଅନୁଗୋଳ ଜିଲ୍ଲା ଛେଣ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଯୁବକ ଡାକ୍ତରାଣୀଙ୍କୁ ଦୁଷ୍କର୍ମ ଉଦ୍ୟମ କରିଥିବା ନେଇ ଛେଣ୍ତିପଦା ଥାନାରେ ଅଭିଯୋଗ ହୋଇଛି । ପୋଲିସ ଘଟଣାରେ ତଦନ୍ତ କରୁଥିବା ନେଇ ଛେଣ୍ତିପଦା ଥାନା ଅଧିକାରୀ ସୁଶାନ୍ତ ସିଂ ସୂଚନା ଦେଇଛନ୍ତି ।
ସେପଟେ ମହିଳା ଡାକ୍ତରାଣୀ ଜଣଙ୍କୁ ଡାକ୍ତରୀ ପରୀକ୍ଷା ପାଇଁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଛି ।



