
ଭୁବନେଶ୍ୱର,୦୧/୦୭/୨୧ (ଜିଲ୍ଲା ଖବର) : ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି। ଯାହାକୁ ନେଇ ରାଜ୍ୟବାସୀ ଚିନ୍ତାପ୍ରକଟ କରୁଛନ୍ତି। ଏଭଳି ସ୍ଥିତିରେ ସମସ୍ତେ ସତର୍କ ରହିବା ଆବଶ୍ୟକ ହୋଇପଡୁଛି।
ଆଜି ରାଜ୍ୟରେ ଆଉ ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି।
ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୫ ଜଣ କେବଳ ଭୁବନେଶ୍ୱରର। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ପାଇଛି। ନୟାଗଡ଼ ଓ ପୁରୀ ଜିଲ୍ଲାରେ ୫ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଓ କେନ୍ଦୁଝରରେ ୪ ଜଣ ଲେଖାଏଁ, ବରଗଡ଼ ଓ ସୁନ୍ଦରଗଡ଼ରେ ୩ ଜଣ ଲେଖାଏଁ ଏବଂ ଅନୁଗୋଳ, ସମ୍ବଲପୁର ଓ କଟକ ଜିଲ୍ଲାରେ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଛି। ସେହିପରି ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲ୍ଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


