
ଭୁବନେଶ୍ୱର,୦୧/୦୭/୨୧ (ଜିଲ୍ଲା ଖବର) :ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୦୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୧୨୮୨୭ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୭୫ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୩୧୨ ଜଣ ଲୋକାଲ୍ କେସ୍ ରହିଛନ୍ତି ।


