
ଭୁବନେଶ୍ୱର,୦୩/୦୭/୨୧ (ଜିଲ୍ଲା ଖବର) : ମୃତ୍ୟୁରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟାରେ କରୋନା ନେଲା ଆଉ ୪୫ ଜଣଙ୍କ ଜୀବନ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୧୫୪ରେ ପହଞ୍ଚିଛି।
ସେହିପରି ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା୯୧୯୦୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭୭ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୨୪୦ ଜଣ ଲୋକାଲ୍ କେସ୍ ରହିଛନ୍ତି ।


