Friday, November 13, 2026
Home ଆଞ୍ଚଳିକ ୪୨ ଜଣଙ୍କ ଜୀବନ ନେଲା କରୋନା

୪୨ ଜଣଙ୍କ ଜୀବନ ନେଲା କରୋନା

13

ଭୁବନେଶ୍ୱର, ୦୪/୦୭/୨୧ (ଜିଲ୍ଲା ଖବର) : ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ Covid19 ଯୋଗୁଁ ୪୨ ଜଣଙ୍କର ମୃତ୍ୟୁ ଘଟିଛି। ମୋଟ ମୃତ୍ୟୁ ସଂଖ୍ୟା ୪,୧୯୬ କୁ ବୃଦ୍ଧି ପାଇଛି।  ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

 ସେହିପରିରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

 ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା୯୨୧୮୯୬ରେ ପହଞ୍ଚିଛି ।  ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୫୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୨୧୮ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।