ହିନ୍ଦୁମାନଙ୍କ ପାଇଁ ଦୀପାବଳୀ ଏକ ମୁଖ୍ୟ ପର୍ବ

78
(Photo: Getty Images)

ବଡ଼ବଡୁଆ ହୋ
ଅନ୍ଧାରରେ ଆସ ଆଲୁଅରେ ଯା’,
ପୁରୁଷୋତ୍ତମରେ ମହାପ୍ରସାଦ ଖାଇ
ବାଇଶି ପାବଛେ ଗଡ଼ଗଡାଉ ଥା’ ।

କାର୍ତ୍ତିକ ଅମାବାସ୍ୟାରେ ଦୀପାବଳୀ ଉତ୍ସବ ପାଳନ କରାଯାଏ । ଏହି ପର୍ବ ପ୍ରାୟ ସମସ୍ତ୍ରେ ପାଳନ କରନ୍ତି । ଘରେ ଘରେ ସେଦିନ ଦୀପ ଜଳେ, ବାଣ ଫୁଟାଯାଏ । ଶ୍ରାଦ୍ଧ କରାଯାଏ । ପିଠାପଣା ହୁଏ । ଦୀପାବଳୀ ଉତ୍ସବ ପାଳନ ବିଷୟରେ ନାନାପ୍ରକାର ପୁରାଣ ଓ ଲୋକକଥା ଶୁଣାଯାଏ । ଏହି ଦୀପାବଳୀ ଅମାବାସ୍ୟାକୁ ଲୋକାକ୍ତିରେ ପୟାଅମାବାସ୍ୟା କହନ୍ତି । ସତ୍ୟଯୁଗରେ ପ୍ରଭୁ ରାମଚନ୍ଦ୍ର ରାବଣକୁ ମାରି ସୀତାଙ୍କୁ ଉଦ୍ଧାର କରି ଅଯୋଧ୍ୟା ଫେରିଲେ । ଅଯୋଧ୍ୟାର ସମସ୍ତ ନରନାରୀ ଶ୍ରୀରାମଙ୍କ ଅସତ୍ୟ ଉପରେ ସତ୍ୟର ବିଜୟ ନିମନ୍ତେ ଆନନ୍ଦରେ ବିଭିନ୍ନ ପ୍ରକାର ଆଲୋକ ଜଳେଇଥିଲେ । ସେହି ଦିନରୁ ଏହି ଉତ୍ସବ ପାଳନ କରାଯାଉଛି । ଉତ୍ତର ଭାରତରେ ପୁରୁଷୋତ୍ତମ ରାମଚନ୍ଦ୍ରଙ୍କର ଭକ୍ତମାନେ ଏହିଦିନ ଟିକୁ ବହୁ ଯାକଜମକରେ ପାଳନ କରନ୍ତି । ହିନ୍ଦୁମାନଙ୍କ ପାଇଁ ଦୀପାବଳୀ ଏକ ମୁଖ୍ୟ ପର୍ବ ଯାହା ଘରେ ନାନାଦି ପାରମ୍ପରିକ ଢଙ୍ଗରେ ପାଳନ କରାଯାଇଥାଏ ।


ଜ଼ିଲ୍ଲା ଖବର ୱେବ୍ ପୋର୍ଟାଲ ସ୍ବାଗତ ଜଣାଉଛି୤ ଆମର ଏହି ପ୍ରଚେଷ୍ଟା ଓଡ଼ିଆମାନଙ୍କ ନିକଟରେ ଓଡ଼ିଆ ଭାଷାରେ ଖବରକୁ ସଠିକ ଭାବରେ ଉପସ୍ଥାପନ କରିବା୤
ସସ୍ମିତା ବେହେରା
ପ୍ରକାଶକ – ସମ୍ପାଦକ 
(ଜ଼ିଲ୍ଲା ଖବର ୱେବ୍ ପୋର୍ଟାଲ)