
ଭୁବନେଶ୍ୱର, ୦୫/୦୭/୨୧ (ଜିଲ୍ଲା ଖବର) : ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୫୨ ଜଣଙ୍କର ମୃତ୍ୟୁ ଘଟିଛି। ମୋଟ ମୃତ୍ୟୁ ସଂଖ୍ୟା ୪,୨୪୮ କୁ ବୃଦ୍ଧି ପାଇଛି।
ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୫୨ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।


