
୦୫/୦୭/୨୧ (ଜିଲ୍ଲା ଖବର) : ଆଜିଠୁ ଅଫଲାଇନ ମାଟ୍ରିକ ପରୀକ୍ଷା ପାଇଁ ଅନଲାଇନରେ ଫର୍ମ ପୂରଣ । ଏଥିରେ ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ କରିପାରିବେ ଆବେଦନ । ୧୪ ଜୁଲାଇ ଯାଏ ବିନା ଦେୟରେ ଛାତ୍ରଛାତ୍ରୀ କରିପାରିବେ ଫର୍ମଫିଲପ । ଜୁଲାଇ ୩୦ରୁ ଅଗଷ୍ଟ ୫ ଯାଏ ହେବ ଅଫଲାଇନ ପରୀକ୍ଷା ।
୭୦ ପ୍ରତିଶତ ସିଲାବସରୁ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । କୋଭିଡ୍ କଟକଣା ଭିତରେ ପରୀକ୍ଷା ହେବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ । ପରୀକ୍ଷାର ୧୫ ଦିନ ମଧ୍ୟରେ ରେଜଲ୍ଟ ଆସିବ। ପରୀକ୍ଷା ପ୍ରଶ୍ନପତ୍ର କିଭଳି ତିଆରି କରାଯିବ ତାହା ବୋର୍ଡ କର୍ତ୍ତୃପକ୍ଷ ନିଷ୍ପତ୍ତି ନେବେ । ପରୀକ୍ଷା ଫଳ ବାହାରିବା ପରେ ଯୁକ୍ତ ଦୁଇରେ ନାମଲେଖା ପାଇଁ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ ।
ଜୁଲାଇ ୩୦ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା ହେବ । ସକାଳ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ ଶେଷ ହେବ । କେବଳ ଗଣିତ ପାଇଁ ୧୫ ମିନିଟ୍ ଅଧିକ ସମୟ ଦିଆଯିବ ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।



