
ଭୁବନେଶ୍ୱର,୦୬/୦୭/୨୧ (ଜିଲ୍ଲା ଖବର) : ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା। ୭, ୮ ଓ ୯ ତାରିଖ ଦିନ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ବର୍ଷା ହୋଇପାରେ।
୭ ତାରିଖ ଦିନଠାରୁ ବର୍ଷାର ବିସ୍ତୃତି ଓ ପରିମାଣ ବୃଦ୍ଧି ପାଇବ। ୧୦ ତାରିଖରୁ ରାଜ୍ୟରେ ପବନର ଦିଗ ପରିବର୍ତ୍ତନ ହେବ। ଫଳରେ ରାଜ୍ୟରେ ବର୍ଷା ପାଇଁ ଆହୁରି ଅନୁକୂଳ ବାତାବରଣ ସୃଷ୍ଟି ହେବ। ଅନ୍ୟପଟେ ଜୁନ୍ ୧ରୁ ଜୁଲାଇ ୫ ପର୍ଯ୍ୟନ୍ତ ରାଜ୍ୟରେ ପ୍ରାୟ ୨୨୦.୪ ମିମି ବର୍ଷା ହୋଇଥିବା ବେଳେ ଏହା ସ୍ୱାଭାବିକଠାରୁ ୧୭% କମ୍ ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


