Monday, November 16, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ୬୧ଜଣଙ୍କ ମୁଣ୍ଡ ନେଇଛି କରୋନା

ଆଜି ରାଜ୍ୟରେ ୬୧ଜଣଙ୍କ ମୁଣ୍ଡ ନେଇଛି କରୋନା

10

ଭୁବନେଶ୍ୱର,୦୯/୦୭/୨୧ (ଜିଲ୍ଲା ଖବର) : ଆଜି ରାଜ୍ୟରେ ୬୧ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧାରୁ ୧୧ ଜଣ, ବରଗଡ, ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୬ ଲେଖାଏଁ, ସମ୍ବଲପୁର, ସୁନ୍ଦରଗଡରୁ ୫ ଲେଖାଏଁ, କେନ୍ଦୁଝରରୁ ୪, କଟକ, ଢେଙ୍କାନାଳ, ନୟାଗଡରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୫୧୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।