
ନୂଆଦିଲ୍ଲୀ, ୦୯/୦୭/୨୧ (ଜିଲ୍ଲା ଖବର) : କମୁଛି ସଂକ୍ରମଣ । ଗତ 24 ଘଣ୍ଟା ମଧ୍ୟରେ ଦେଶରେ 43,393 ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିସାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା 3,07,52,950 କୁ ବୃଦ୍ଧି ପାଇଛି। ଏଥି ସହିତ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ 4,58,727 ରେ ପହଞ୍ଚିଛି। ।
ସେହିପରି ୯୧୧ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଶୁକ୍ରବାର ସକାଳ 8 ଟାରେ ପ୍ରକାଶିତ ତଥ୍ୟ ଅନୁଯାୟୀ ଦେଶରେ ମୃତ୍ୟୁ ସଂଖ୍ୟା 4,05,939 କୁ ବୃଦ୍ଧି ପାଇଛି।


