
ଭୁବନେଶ୍ୱର, ୦୯/୦୭/୨୧ (ଜିଲ୍ଲା ଖବର) : ଟୋକିଓ ଅଲିମ୍ପିକରେ ଭାଗ ନେଉଥିବା ଓଡିଶାର ଅଲମ୍ପିଆନ ମାନଙ୍କ ସହିତ ଭର୍ଚୁଆଲ ମାଧ୍ୟମରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ପଦକ ବିଜେତାଙ୍କ ପାଇଁ ଆର୍ଥିକ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଟୋକିଓ ଅଲମ୍ପିକସରେ ସ୍ଵର୍ଣ୍ଣ ପଦକ ଜିତିଲେ ୬ କୋଟି ଟଙ୍କା , ରୌପ୍ୟ ପଦକ ଜିତିଲେ ୪ କୋଟି ଟଙ୍କା ଏବଂ କାଂସ୍ୟ ପଦକ ଜିତିଲେ ୨.୫ କୋଟି ଟଙ୍କା ରାଜ୍ୟ ସରକାରଙ୍କ ପଷରୁ ଦିଆଯିବ।
ଏହାସହିତ ଅଲମ୍ପିକସ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ପ୍ରତି ଖେଳାଳିଙ୍କ ପାଇଁ ଅଲମ୍ପିକ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ଅବସରରେ ଅଲମ୍ପିୟାନ ଦୁତୀ ଚାନ୍ଦ , ପ୍ରମୋଦ ଭଗତ, ଦୀପ ଗ୍ରେସ ଏକ୍କା, ନମିତା ଟପ୍ପୋ, ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।



