
ଭୁବନେଶ୍ୱର,୧୦/୦୭/୨୧ (ଜିଲ୍ଲା ଖବର) : ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। କେଉଁଠି ଅଧିକ ହେଉଛି ତ କେଉଁଠି କମ୍। ଓଡ଼ିଶା ଉପରେ ଏକ ଟ୍ରଫ୍ଲାଇନ୍ ରହିଛି। ଏହା ପ୍ରଭାବରେ ହିଁ ଏହି ବର୍ଷା ହେଉଛି। ଶନିବାର ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ନବରଙ୍ଗପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ।
ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ ବୋଲି ପାଣପିାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ରବିବାରଠାରୁ ବିଜୁଳି ଘଡ଼ଘଡ଼ିର ପରିମାଣ ହ୍ରାସ ପାଇବା ସହିତ ବର୍ଷାର ପରିମାଣ ବୃଦ୍ଧି ହେବ।


