Thursday, November 12, 2026
Home ଆଞ୍ଚଳିକ ହିଞ୍ଜିଳିରେ ମନଇଚ୍ଛା ବିଦ୍ୟୁତ କାଟ ,

ହିଞ୍ଜିଳିରେ ମନଇଚ୍ଛା ବିଦ୍ୟୁତ କାଟ ,

28

ବିଭାଗୀୟ ଅଧିକାରୀଙ୍କ ମୁଣ୍ଡରେ ଚେତା ପଶୁନି
ଲୋକେ ଆନ୍ଦୋଳନ ପାଇଁ ଚେତାବନୀ…

ହିଞ୍ଜିଳିକାଟୁ , ୧୦/୭(ଜିଲ୍ଲା ଖବର) : ଗତ ସପ୍ତାହରୁ ଅଧିକ ଦିନ ଧରି ହିଞ୍ଜିଳିକାଟୁ ବିଦ୍ୟୁତ୍ ସବ ଡ଼ିଭିଜନରେ ଅଘୋଷିତ ବିଦ୍ୟୁତ୍ କାଟ ହେଉଥିବା ଯୋଗୁଁ ଗ୍ରାହକଙ୍କ ମଧ୍ୟରେ ଜନ ଅସନ୍ତୋଷ ବଢିବାରେ ଲାଗିଛି l ତେବେ ୨୪ ଘଣ୍ଟା ବିଦ୍ୟୁତ ସରବରାହ ଜାରି ରଖିବା ପାଇଁ ରାଜ୍ୟ ସରକାରଙ୍କ କଡା ନିର୍ଦ୍ଦେଶ ରହିଛି। ହେଲେ ଖୋଦ ମୁଖ୍ୟମନ୍ତ୍ରୀ ନିର୍ବାଚନ ମଣ୍ଡଳୀ ହିଂଜିଳିକାଟୁ ସହରରେ ଏହାର ଘୋର ବ୍ୟତିକ୍ରମ ଦେଖିବାକୁ ମିଳୁଛି। ପ୍ରତିଦିନ ହିଂଜିଳିକାଟୁ ଅଞ୍ଚଳରେ ଘଣ୍ଟା ଘଣ୍ଟା ଧରି ଅଘୋଷିତ ବିଦ୍ୟୁତ କାଟ ହେଉଛି। ବିଦ୍ୟୁତ କାଟ ପାଇଁ ମଧ୍ୟ କୌଣସି ନିର୍ଦ୍ଦିଷ୍ଟ ସମୟ ନାହିଁ। ଦିନ ନାଇଁ କି ରାତି ନାହିଁ, କେତେବେଳେ ରାତ୍ରିରେ ତ କେତେବେଳ ଦିନ ଦ୍ବିପ୍ରହରର ଅସହ୍ୟ ଗରମ ସମୟରେ ମଧ୍ୟ ବିଦ୍ୟୁତ କାଟ୍ ହେଉଛି।ପ୍ରତି ମାସରେ ବିଦ୍ୟୁତ ବିଭାଗ ରକ୍ଷଣାବେକ୍ଷଣ ନାମରେ ଅନ୍ତତଃ ଗୋଟାଏ ଦିନ ପାୱାର କଟ୍ କରୁଛି। କିନ୍ତୁ ସେତିକିରେ ବି ସେମାନଙ୍କୁ ସମୟ ଅଭାବ ହେଉଛି। ଅଞ୍ଚଳରେ ସାମାନ୍ୟ ପବନ ଟିକେ ହେଲେ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ ସରବରାହ ବନ୍ଦ ରହୁଛି। ଆଉ ଯେଉଁଦିନ ବର୍ଷା ହେଲା ସେଦିନ କଥା ନକହିବା ଭଲ। ଏପରିକି କଙ୍କଡାକୁ ଗୋଳି ପାଣି ସୁହାଇଲା ପରି ବର୍ଷା ପବନ ବିଦ୍ୟୁତ ବିଭାଗକୁ ସୁହାଉଛି ବୋଲି ସାଧାରଣରେ ଚର୍ଚ୍ଚା ଜୋର ଧରିଛି। ଏହା ସତ୍ତ୍ୱେ ବିଭାଗୀୟ ଅଧିକାରୀଙ୍କ ମୁଣ୍ଡରେ ଚେତା ପଶୁନି ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି ।
ରିପୋର୍ଟ, ରଜନୀକାନ୍ତ ପାତ୍ର ।