
ଭୁବନେଶ୍ୱର,୧୧/୦୭/୨୧ (ଜିଲ୍ଲା ଖବର) : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ୨୨୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩୯୭୫୨ରେ ପହଞ୍ଚିଛି ।
ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୧୫ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୯୬୭ ଜଣ ଲୋକାଲ୍ କେସ୍ ରହିଛନ୍ତି ।


