Wednesday, November 11, 2026
Home ଆଞ୍ଚଳିକ ‘ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ ’

‘ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ ’

16

୧୨/୦୭/୨୧ (ଜିଲ୍ଲା ଖବର) :  ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବ ବର୍ଷ ଭଳି ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ହେଉଛି ରଥଯାତ୍ରା । ଫଳରେ ଭକ୍ତଙ୍କ ମନରେ ନିରାଶ ଭାବ ପ୍ରକାଶ ପାଇଛି ।  କରୋନାରୁ ବିଶ୍ୱକୁ ମୁକ୍ତି ପାଇଁ ଚତୁର୍ଦ୍ଧାମୂର୍ତ୍ତିଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।  

ଏନେଇ  ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ, “ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଙ୍କଟ ଶୀଘ୍ର ଦୂର ହେଉ। ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି।”

ଅନ୍ୟପଟେ କୋଭିଡ କଟକଣା ମଧ୍ୟରେ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେଉଛି ।  ଧାଡି ପହଣ୍ଡିରେ ହଳଦୀ ମୁହିଁ ଦେବୀ ସୁଭଦ୍ରା ଇତି ମଧ୍ୟରେ ରଥାରୁଢ଼ ହୋଇସାରିଛନ୍ତି । ପ୍ରଥମେ ଚକ୍ରରାଜ, ପରେ ବଡଭାଇ ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ପରେ ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ନୀତି ଆରମ୍ଭ ହୋଇଥିଲା ।ଦେବଦଳନ ରଥରେ ବିଜେ କରିଛନ୍ତି ମାଆ ସୁଭଦ୍ରା । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମାଆ ସୁଭଦ୍ରା ଦେବଦଳନ ରଥରେ ସ୍ଥାପନା କରିବା ପରେ ବଡଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଗୁଣ୍ଡିଚା ଘରୁ ଅଣାଯାଇଛି । ସେହିପରି ମହାପ୍ରଭୁ ଜଗନ୍ନାଥ ପହଣ୍ଡି ବିଜେ କରିବା ପରେ ନନ୍ଦିଘୋଷ ରଥାରୁଢ ହୋଇଛନ୍ତି ।