Friday, November 13, 2026
Home ଆଞ୍ଚଳିକ ଆଜି ରାଜ୍ୟରେ ୧୯୯୩ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୧୯୯୩ କରୋନା ପଜିଟିଭ୍ ଚିହ୍ନଟ

10

ଭୁବନେଶ୍ୱର,୧୨/୦୭/୨୧ (ଜିଲ୍ଲା ଖବର) : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫୪ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୩୯ ଜଣ ଲୋକାଲ୍ କେସ୍ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୧୭୪୫ରେ ପହଞ୍ଚିଛି ।