
୧୨/୦୭/୨୧ (ଜିଲ୍ଲା ଖବର) : ଆଜି ଜଗତରନାଥ ଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା। ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଟୁଇଟ କିର ରାଷ୍ଟ୍ରପତି କହିଛନ୍ତି, ସ୍ୱତନ୍ତ୍ର ଭାବେ ଓଡ଼ିଶାର ସମସ୍ତ ଶ୍ରଦ୍ଧାଳୁଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି । ମୁଁ ଆଶା କରୁଛି ଯେ, ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତ ଦେଶବାସୀଙ୍କ ଜୀବନ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ୱାସ୍ଥ୍ୟରେ ପରିପୂର୍ଣ୍ଣ ରହୁ ।


