Saturday, November 14, 2026
Home ଆଞ୍ଚଳିକ ୧୮ ତାରିଖ ବେଳକୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

୧୮ ତାରିଖ ବେଳକୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

4

୧୫/୦୭/୨୧ (ଜିଲ୍ଲା ଖବର) :  ରାଜ୍ୟରେ ବର୍ଷା ଜାରି ରହିଛି। ତେବେ କିଛି କିଛି ସ୍ଥାନରେ ବର୍ଷା ହେଉଛି ତ ଆଉ କିଛି କିଛି ସ୍ଥାନରେ ବର୍ଷା ହେଉନାହିଁ। ତେବେ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ । କାଁ ଭାଁ ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ତେବେ ୧୮ ତାରିଖ ବେଳକୁ ପାଗରେ ସାମାନ୍ୟ ପରିବର୍ତନ ଆସିବ । ୧୮ ଓ ୧୯ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବ ।   ଉତ୍ତର, ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ କାଳବୈଶାଖୀ ସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।