
୧୬/୦୭/୨୧ (ଜିଲ୍ଲା ଖବର) : କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ଚିନ୍ତା । ଆଜି ୬ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀମାନଙ୍କ ସହ ଭର୍ଚୁଆଲରେ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ଓଡ଼ିଶା, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର, କେରଳ ଓ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପିଏମ୍ ।
ଏସବୁ ରାଜ୍ୟରେ କୋରୋନା ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ । ପୂର୍ବରୁ ଉତ୍ତର-ପୂର୍ବ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିସାରିଛନ୍ତି ।


