Monday, November 16, 2026
Home ଆଞ୍ଚଳିକ ଆଜି ହେରା ପଞ୍ଚମୀ, ରଥ ଭାଙ୍ଗିବେ ଅଭିମାନୀ ଲକ୍ଷ୍ମୀ

ଆଜି ହେରା ପଞ୍ଚମୀ, ରଥ ଭାଙ୍ଗିବେ ଅଭିମାନୀ ଲକ୍ଷ୍ମୀ

8

ପୁରୀ, ୧୬/୦୭/୨୧ (ଜିଲ୍ଲା ଖବର) :  ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ହେରାପଞ୍ଚମୀ ନିତି । ବିଧି ପରମ୍ପରା ପୂର୍ବକ ଆଡପମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ରୁକ୍ମଣୀ ହରଣ ଏକାଦଶୀ ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ମହାଲକ୍ଷ୍ମୀଙ୍କ ବିବାହ ଯଥା ବିଧି ଆଧାରରେ ସମ୍ପର୍ଣ୍ଣ ହୋଇଥିଲା । ଗଇଁଠାଳ ଫିଟି ନଥିବା ବେଳେ ମହାପ୍ରଭୁ ଅସୁସ୍ଥ ହୋଇ ଅଣସର ପିଣ୍ଡିରେ ଚିକିତ୍ସିତ ହେଉଥିଲେ ।

ସୁସ୍ଥ ହେବା ପରେ ବଡଭାଇ ଓ ଭଉଣୀଙ୍କ ସାଙ୍ଗରେ ନେଇ  ଜନ୍ମବେଦୀକୁ ଯାତ୍ରା କରିଛନ୍ତି । ଦୀର୍ଘଦିନ ଧରି ମହାପ୍ରଭୁଙ୍କ ସହ ମହାଲକ୍ଷ୍ମୀଙ୍କ ସାକ୍ଷାତ ହୋଇନାହିଁ । ମହାଲକ୍ଷ୍ମୀ ବ୍ୟସ୍ତ ବିବ୍ରତ ହୋଇପଡିଛନ୍ତି । ହେରାପଞ୍ଚମୀ ଦିନ ଅର୍ଥାତ ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ମହାଲକ୍ଷ୍ମୀ । ମହାପ୍ରଭୁଙ୍କ ଭେଟ ନପାଇ ରାଗରେ ଅଭିମାନ କରିବେ ମା।

ସେପଟେ ରାଗ ଜର୍ଜରିତ ଅଭିମାନୀନି ମହାଲକ୍ଷ୍ମୀ ନାକଚଣା ଦ୍ୱାର ଦେଇ ପ୍ରସ୍ଥାନ କରିବା ସମୟରେ ଭିତରଚ୍ଛ ମହାପାତ୍ର ଦହିପଟି ମଣୋହି ନୀତି କରିବେ । ଏହାପରେ ଅଭିମାନୀନି  ମହାଲକ୍ଷ୍ମୀ   ନନ୍ଦିଘୋଷ ରଥର ଚକ ଭାଙ୍ଗି ବଡଦାଣ୍ଡ ଦେଇ ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରସ୍ଥାନ କରିବେ ।