
ଭୁବନେଶ୍ୱର,୧୭/୦୭/୨୧ (ଜିଲ୍ଲା ଖବର) : ଆଜି ରାଜ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ରହିଛି। ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି। ଯାହାକୁ ନେଇ ରାଜ୍ୟବାସୀ ଚିନ୍ତିତ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୮ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ରହିଥିବା ବେଳେ ମୟୁରଭଞ୍ଜ, ପୁରୀ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ବରଗଡ଼ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି ଅନୁଗୁଳ, ଭଦ୍ରକ, ବୌଦ୍ଧ, ଗଜପତି, ଜଗତସିଂହପୁର, ଯାଜପୁର , କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।


