
୧୭/୦୭/୨୧ (ଜିଲ୍ଲା ଖବର) : ଆଜି ବସିବ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ
ଅଧ୍ୟକ୍ଷତାରେ ଅପରାହ୍ନରେ ୫.୩୦ରେ ବସିବ ଏହି ବୈଠକ । ନବୀନ ନିବାସରୁ ଭିସି ଯୋଗେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନ ଓ ଜିଲ୍ଲା ମୁଖ୍ୟାଳୟରୁ ଉପସ୍ଥିତ ରହିବେ ମନ୍ତ୍ରୀ । ସରକାରଙ୍କ ପକ୍ଷରୁ ସବୁ ବିଭାଗଠାରୁ ପ୍ରସ୍ତାବ ଲୋଡ଼ା ଯାଇଛି ।
ଗୁରୁବାର ସୁଦ୍ଧା ରାଜ୍ୟ ସରକାରଙ୍କ ନିକଟକୁ ୫ଟି ପ୍ରସ୍ତାବ ଆସିଛି । ରାଜସ୍ବ ବିଭାଗ, ପୂର୍ତ୍ତବିଭାଗ, ଅର୍ଥବିଭାଗ ଏବଂ ସାଧାରଣ ପ୍ରଶାସନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ରହିଛି । କ୍ୟାବିନେଟରେ ବିଭିନ୍ନ ବିଭାଗର କ୍ୟାଡର ପୁନଃଗଠନ ନେଇ ପ୍ରସ୍ତାବ ରହିଛି । ଏହାବାଦ୍ ବାଗଚୀ ଦମ୍ପତିଙ୍କ ଉଦ୍ୟମରେ ଇନଫୋଭ୍ୟାଲିଠାରେ ହେବାକୁ ଥିବା ବିଶ୍ବସ୍ତରୀୟ କର୍କଟ ଚିକିତ୍ସା କେନ୍ଦ୍ର ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ଜମି ହସ୍ତାନ୍ତର ହେବ, ଏଥିଲାଗି ରାଜ୍ୟ ସରକାର ଷ୍ଟାମ୍ପ ଡ୍ୟୁଟି ଛାଡ଼ କରାଯିବାର ପ୍ରସ୍ତାବ ରହିଛି । ଏଥିଲାଗି ରାଜସ୍ବ ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି ।


